(ଗଞ୍ଜାମ ଜିଲ୍ଲା ବିରୋ ଚି଼ଫ ଶରତ ଚନ୍ଦ୍ର ନନ୍ଦ ଙ୍କ ରିପୋର୍ଟ
ବୁଗୁଡ଼ା ମୋ ନିୟୁଜ ଓଡିଶା : ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଭଗବାନପୁର ପଞ୍ଚାୟତ ଅନ୍ତର୍ଗତ ନୂଆଁ ପାଣିକେଶର ଗ୍ରାମର ଜନୈକା ମହିଳା ବିଦ୍ୟୁତ୍ ଆଘାତରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ମୃତା ମହିଳା ଜଣକ ହେଲେ ପୁଷ୍ପାଞ୍ଜଳି ସ୍ବାଇଁ । ପ୍ରକାଶ ଯେ , ଆଜି ସକାଳେ ବିଦ୍ଯୁତ୍ ବୋର୍ଡରୁ ପ୍ଲଗ୍ ବାହାର କରୁଥିବା ବେଳେ ବିଦ୍ୟୁତ୍ ଆଘାତର ଶିକାର ହୋଇ ସଂଜ୍ଞାହୀନ ହୋଇପଡିଥିଲେ । ପରିବାର ଲୋକେ ତାଙ୍କୁ ବୁଗୁଡା ମେଡିକାଲକୁ ଆଣିଥିଲେ ଏବଂ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୋଲିସ ମେଡିକାଲରେ ପହଞ୍ଚି ଶବକୁ ଜବତ କରି ବ୍ଯବଛେଦ ପାଇଁ ପଠାଇବା ସହ କେସ୍ ନଂ ୬/୨୪ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାଯାଇଛି ।
Tags:
ମୁଖ୍ୟ ଖବର