ମୁଖ୍ୟମନ୍ତ୍ରୀ ହେଲେ ମୋହନ ମାଝୀ, କନକ ସିଂଦେଓ, ପ୍ରଭାତୀ ପରିଡା-ଉପ ମୁଖ୍ୟମନ୍ତ୍ରୀ

(ଗଞ୍ଜାମ ଜିଲ୍ଲା ବ୍ୟୁରୋ ଚି଼ଫ ଶରତ ଚନ୍ଦ୍ର ନନ୍ଦ ଙ୍କ ରିପୋର୍ଟ

ବ୍ରହ୍ମପୁର : ମୋ ନିୟୁଜ ଓଡିଶା ବହୁ ଦିନର ତପସ୍ୟା ପୂରଣ ହେଲା l 

ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଲା। ଓଡ଼ିଶାକୁ ମିଳିଲା ନୂତନ ମୁଖ୍ୟମନ୍ତ୍ରୀ। ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେଲେ ମୋହନ ମାଝୀ। ଏନେଇ  ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ହୋଇଛି। କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ ଓଡ଼ିଶାର ୧୫ ତମ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତାକାଲି ଅପରାହ୍ନ ୫ଟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହିତ ଓଡ଼ିଶା ପାଇଲା ୨ ଉପମୁଖ୍ୟମନ୍ତ୍ରୀ। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ନାମ ଘୋଷଣା କରାଯିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ମୋହନ ମାଝୀ। ସେ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ମୋର ପ୍ରଣାମ। ମହାପ୍ରଭୁଙ୍କ ଆଶୀର୍ବାଦରେ ଓଡିଶାରେ ବିଜେପି ସରକାର ଗଠନ କରିଛି। ରାଜ୍ୟକୁ ଏକ ନମ୍ବର କରିବାକୁ ପ୍ରୟାସ କରାଯିବ। ଓଡ଼ିଶାର ସାଢେ ୪ କୋଟି ଜନତା ଆମ ଉପରେ ଭରସା କରିଥିବାରୁ ତାଙ୍କୁ ମଧ୍ୟ ଧନ୍ୟବାଦ ବୋଲି କହିଛନ୍ତି।ମୋହନ ମାଝୀ କେନ୍ଦୁଝର ସଦରରୁ ୪ର୍ଥ ଥର ପାଇଁ ବିଧାୟକ ହୋଇଛନ୍ତି।ସେ ଜଣେ ଆଦିବାସୀ ନେତା ଭାବେ ବେଶ ପରିଚିତ। ସେ ୨୦୦୦, ୨୦୦୯, ୨୦୧୯ ଓ ୨୦୨୪ରେ ନିର୍ବାଚିତ ହୋଇଛନ୍ତି। ସେ ପୂର୍ବରୁ ବିରୋଧୀ ଦଳ ଉପମୁଖ୍ୟ ସଚେତକ ରହିଥିଲେ।୫୩ବର୍ଷୀୟ ମୋହନ ମାଝୀ କେନ୍ଦୁଝର ଆସନରୁ ୨୦୦୦ ମସିହାରୁ ପ୍ରଥମଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୨୦୦୪-୦୯ ଓ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବିଧାୟକ ରହିଛନ୍ତି। ସେ ବିରୋଧୀ ଦଳ ମୁଖ୍ୟ ସଚେତକ ଭାବେ ମଧ୍ୟ କାର୍ଯ୍ୟ ତୁଲାଇ ସାରିଛନ୍ତି। ସେ ମେଣ୍ଟ ସରକାରରେ ୨୦୦୫ରୁ ୨୦୦୯ ମସିହା ପର୍ଯ୍ୟନ୍ତ ସରକାରୀ ଦଳର ଉପମୁଖ୍ୟ ସଚେତକ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

Post a Comment

Previous Post Next Post