ନିୟୁଜ ଓଡିଶାମୋ
ଓଡିଶାର ସାଂସଦମାନେ ଆଜି ସଂସଦରେ ଶପଥ ଗ୍ରହଣ କରିଛନ୍ତି । ଗତକାଲି କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ଲୋକସଭାରେ ପ୍ରଥମେ ଶପଥ ଗ୍ରହଣ କରିଥିଲେ । ଏହାପରେ ଆଜି ଦ୍ୱିତୀୟ ଦିନରେ ବାକି ଥିବା ଓଡିଆ ସାଂସଦ ଶପଥ ଗ୍ରହଣ କରିଛନ୍ତି ।ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ସାଂସଦ ଡଃ ପ୍ରଦୀପ ପାଣିଗ୍ରାହୀ ମଂଗଳବାର ଦିନ ୧୨ ଘଣ୍ଟା ୩୦ ମିନିଟ ସମୟରେ ଦିଲ୍ଲୀ ଲୋକସଭା ଠାରେ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଅସ୍ଥାୟୀ ବାଚସ୍ପତି ଭାବେ ଭର୍ତ୍ତୃହରି ମହତାବ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
Tags:
ରାଜନୀତି