ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।*

ଗଜପତି ମୋ ନିୟୁଜ ଓଡିଶା , ତା. ୨୨.୦୭.୨୦୨୪

ଗଜପତି ଜିଲ୍ଲା ରାୟଗଡ଼  ବ୍ଲକ ଅନ୍ତର୍ଗତ ପୋତ୍ତାର ଗ୍ରାମ ପଞ୍ଚାୟତ  ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର,ଡ଼.ଗୁଣନିଧି ନାୟକ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଓ ଶ୍ରୀ ଦିଲ୍ଲୀପ କୁମାର ବେହେରା, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି  ପୋତ୍ତାର ଗ୍ରାମ ପଞ୍ଚାୟତ ସମେତ ଲୋବା, ଡମ୍ବାଳ ଓ ଅମେଡ଼ା ପଞ୍ଚାୟତର  ସମୁଦାୟ ମୋଟ- ୧୨୭ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୮୫ ଗୋଟି  ଓ ୧୦ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ଜଣକୁ ଜିଲ୍ଲା ରେଡ କ୍ରସ୍ ପାଣ୍ଠିରୁ ୧୨ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । 

        ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀ ଜ୍ୟାତି ପାଣି,ଉପ ଅଧ୍ୟକ୍ଷ,ପଞ୍ଚାୟତ ସମିତି ରାୟଗଡ଼ ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂ, ତହସିଲଦାର ଶ୍ରୀ ସଦାଶିବ ବତ୍ରା ଓ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଅମ୍ବିକା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।                           ଗଜପତି ଜିଲା ରୁ  ମନୋଜ କୁମାର ପାଢୀ

Post a Comment

Previous Post Next Post