( ଗଞ୍ଜାମ ଜିଲ୍ଲା ବ୍ୟୁରୋ ଚି଼ଫ ଶରତ ଚନ୍ଦ୍ର ନନ୍ଦଙ୍କ ରିପୋର୍ଟ
ବ୍ରହ୍ମପୁର :ମୋ ନିୟୁଜ ଓଡିଶା ସ୍ଥାନୀୟ ଗୁଡ୍ସ ସେଡ ରୋଡ଼ ସ୍ଥିତ ଗୁରୁକୁଳ ଇଣ୍ଟରନ୍ୟାସନାଲ ପବ୍ଲିକ ସ୍କୁଲରେ ବନମୋହତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଛି l ବିଦ୍ୟାଳୟର ସଭାପତି ପ୍ରଶାନ୍ତ ମହାପାତ୍ର, ସମ୍ପାଦିକା ଅନିତା କୁମାରୀ ପାଢ଼ୀ ଯୋଗ ଦେଇ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ l ବିଦ୍ୟାଳୟର ଅଧ୍ୟକ୍ଷା ମଧୁସ୍ମିତା ପରିଡା, ଉପାଧ୍ୟକ୍ଷା ମଧୁଛନ୍ଦା ମିଶ୍ର, ସ୍କାଉଟ ଗାଇଡ଼ ମାଷ୍ଟର ମଧୁସ୍ମିତା ହୋତା ସଂସ୍କୃତିକ କାର୍ଯ୍ୟକ୍ରମ ଦାୟିତ୍ୱରେ ଥିବା ଜ୍ୟୋସ୍ନା ଭୁଜବଳ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବୃକ୍ଷ ରୋପଣ କରିଥିଲେ l ଏହି ଅବସରରେ ଶ୍ରେଣୀର ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ପରିଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାଯ୍ୟକ୍ରମ ପରିବେଷଣ କରିଥିଲେ l
Tags:
ଆଞ୍ଚଳିକ


