ବ୍ରହ୍ମପୁର ସ୍ଥିତ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକ ଅନୁଷ୍ଠିତ, ଯୋଗଦେଲେ ଜିଲ୍ଲାପାଳଙ୍କ ସହ ଆସିକା ସାଂସଦ

 


ବ୍ରହ୍ମପୁର ମୋ ନିୟୁଜ ଓଡିଶା ସ୍ଥିତ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନରଙ୍କ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ମଂଗଳବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ସମୀକ୍ଷା ବୈଠକରେ ଗଞ୍ଜାମ ଜିଲ୍ଲାପାଳଙ୍କ ସହ ଆସିକା ସାଂସଦ ଅନୀତା ଶୁଭଦର୍ଶନୀ ପଟ୍ଟନାୟକ  ଯୋଗଦେଇ ବିଭିନ୍ନ ବିଭାଗରେ ହେଉଥିବା ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ଅଗ୍ରଗତି ଏବଂ ସମସ୍ଯା ଓ ଏହାର ସମାଧାନ ସମ୍ପର୍କରେ ଆଲୋଚନା କରିଥିଲେ।ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ହେଉଥିବା ଅହେତୁକ ବିଳମ୍ବ ସଂପର୍କରେ ଆଲୋଚନା ହୋଇଥିଲା। କାର୍ଯ୍ୟ ଗୁଡିକର ତ୍ୱରିତ ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ସାଂସଦ । ନୂଆ ସରକାର ଜନତାଙ୍କ ସରକାର ଏବଂ କୌଣସି କାର୍ଯ୍ୟରେ ଅବହେଳାକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ବିଭାଗୀୟ ଅଧିକାରୀ ମାନଙ୍କୁ କହିଥିଲେ ସାଂସଦ। ଏଥିରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ରାସ୍ତା ଏବଂ କୋଠାବାଡି ବିଭାଗ , କ୍ଷୁଦ୍ର ଜଳସେଚନ ବିଭାଗ , ଗ୍ରାମ୍ୟ ଜଳାଯୋଗାଣ ଓ ପରିମଳ ବିଭାଗ, ଜନସ୍ୱାସ୍ଥ୍ୟ ବିଭାଗର ମୁଖ୍ୟଯନ୍ତ୍ରୀ ଓ ଅଧିକ୍ଷଣଯନ୍ତ୍ରୀ ମାନେ ଉପସ୍ଥିତ ଥିଲେ।

Post a Comment

Previous Post Next Post