ଭଞ୍ଜନଗର :ମୋ ନିୟୁଜ ଓଡିଶା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡସ୍ତରୀୟ ସ୍ୱାଧୀନତା ଦିବସ ପାଳନ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ସ୍ୱାଧୀନତା ଦିବସ ପାଳନ ନେଇ ଉପଜିଲ୍ଲାପାଳ ଶ୍ରୀ ଅନିଲ ସେଠୀ ସମସ୍ତ ସଭ୍ୟସଭ୍ୟାଙ୍କର ସହଯୋଗ କାମନା କରିବା ସହିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ଥିଲେ । ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଦିନ ପ୍ରତ୍ୟୁଷ ଘ ୫ :୩୦ ମି ରେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଡ଼ାକବାଜି ଯନ୍ତ୍ର ଦ୍ୱାରା ସହରରେ ରାମଧୁନ ପରିବେଷଣ କରାଯିବ । ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ସକାଳ ଘ ୭:୩୦ ମି ରେ ପତାକା ଉତ୍ତୋଳନ କରିବେ । ସକାଳ ଘ ୯:୧୫ ମିରେ ସ୍ଥାନୀୟ ଜେଲ ପଡ଼ିଆ (ଷ୍ଟାଡିୟମରେ)ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବ । ଚଳିତ ବର୍ଷ ପ୍ୟାରେଡରେ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିବେ । ଏହା ସହ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ । ପ୍ୟାରେଡ ଅଭ୍ୟାସ ଆସନ୍ତା ୧୨.୦୮.୨୦୨୪ ଓ ୧୩.୦୮.୨୦୨୪ ରେ ସ୍ଥାନୀୟ ଜେଲ ଗ୍ରାଉଣ୍ଡ ଷ୍ଟାଡିୟମରେ ଅଭ୍ୟାସ କରିବା ନିମନ୍ତେ ସ୍ଥିର କରାଯାଇଛି । ଏଥି ସହ ଓଡ଼ିଆ ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ ଓ ବ୍ରକ୍ତୃତା ପ୍ରତିଯୋଗିତା ଉପଖଣ୍ଡସ୍ତରୀୟ ଅନୁଷ୍ଠିତ ହେବ । ଚଳିତ ବର୍ଷ ଉପଖଣ୍ଡର ପ୍ରତି ବ୍ଲ ରୁ ଗୋଟିଏ ଲେଖାଏଁ ପ୍ୟାରେଡ ଗ୍ରୁପ୍ ଅଂଶଗ୍ରହଣ କରିବେ ବୋଲି ସ୍ଥିର କରାଯାଇଛି । ଏହି ପ୍ରସ୍ତୁତି ବୈଠକରେ ଭଂଜନଗର ତହସିଲଦାର ଉମାଶଙ୍କର ବେହେରା, ଭଞ୍ଜନଗର ଥାନାଧିକାରୀ କୁମାର ମୁଦୁଲି, ଗୋଷ୍ଠୀ ଶିକ୍ଷାଧିକାରୀ ଏସ.ଧନଞ୍ଜୟଙ୍କ ସମେତ ସମସ୍ତ ବିଭାଗର ସରକାରୀ ଅଧିକାରୀ, ଏନ୍.ସି.ସି ଅଫିସର କେ.ଏ ସ.ୟୁ ବି କଲେଜ, ବଣିକ ସଂଘର ସଭାପତି ଓ ସମ୍ପାଦକ, ଖୁଚୁରା ବ୍ୟବସାୟୀ ସଂଘର ସଭାପତି ଓ ସମ୍ପାଦକ, ବିଭିନ୍ନ ଅନୁଷ୍ଠାନର ସଦସ୍ୟ, ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ସମସ୍ତ ସାମ୍ବାଦିକ, ଶିକ୍ଷକ, ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ପ୍ରସ୍ତୁତି ବୈଠକ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ, ସୂଚନା ଲୋକ ସମ୍ପର୍କ ବିଭାଗର ପ୍ରଦୀପ କୁମାର ପାତ୍ର ଓ ତାରିଣି ସାହୁ ସହଯୋଗ କରିଥିଲେ । ଶେଷରେ ଉପଖଣ୍ଡ ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଶତପଥୀ ସମସ୍ତଙ୍କ ସହଯୋଗ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ ।
ଗଞ୍ଜାମ ଭଞ୍ଜନଗରରୁ ଚିନ୍ମୟ କୁମାର ବେବର୍ତ୍ତା