ଆର୍ôଥକ ସାକ୍ଷରତା ଓ ଆର୍ôଥକ ଅନ୍ତର୍ଭୂକ୍ତିକରଣ ଶିବିର

 


ଭଞ୍ଜନଗର :ମୋ ନିୟୁଜ ଓଡିଶା ଭଞ୍ଜନଗର ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ତା ୩୦.୦୭.୨୦୨୪ ରିଖରେ ତୁରୁମୁରେ ଏକ ଆର୍ôଥକ ସାକ୍ଷରତା ଓ ଆର୍ôଥକ ଅନ୍ତର୍ଭୂକ୍ତିକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଭଞ୍ଜନଗର ଡାକ ଅଧିକ୍ଷକ ଶ୍ରୀ ରବିନାରାୟଣ ବେହେରା, ଭଞ୍ଜନଗର ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଏସିଓ ଶବର, ଭଞ୍ଜନଗର ଆଇ.ସି .ଡି.ଏସ ସୁପରଭାଇଜର ଶ୍ରୀମତୀ ସରିତା ପାତ୍ର, ବ୍ରହ୍ମପୁର ଉପଖଣ୍ଡ ସ୍ୱଳ୍ପ ସଞ୍ଚୟ ଅଧିକାରୀ ଶ୍ରୀ ସ୍ୱାଭିମାନ ସାହୁ, ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ ମେନେଜର ଶ୍ରୀ କୃଷ୍ଣ ଚନ୍ଦ୍ର ନାୟକ ଓ ମେଲ ଓଭର୍ସିୟର ଶ୍ରୀ ସୂର୍ଯ୍ୟ ନାରାୟଣ ସେଠୀ ଅତିଥି ଭାବେ ଯୋଗ ଦେଇଥିଲେ । ବିଭିନ୍ନ ସ୍ୱଳ୍ପ ସଞ୍ଚୟ ଯୋଜନା, ଚିଟପଣ୍ଡ ସଂସ୍ଥାରୁ ସୁରକ୍ଷା ଓ ସୁରକ୍ଷିତ ସଞ୍ଚୟ ସମ୍ପର୍କରେ ଆଲୋଚନା କରଯାଇଥିଲା । କାର୍ଯ୍ୟକ୍ରମକୁ ଭଞ୍ଜନଗର ଉପଖଣ୍ଡ ସ୍ୱଳ୍ପ ସଞ୍ଚୟ ଅଧିକାରୀ ଶୁଶ୍ରୀ ଲୋପାମୁଦ୍ରା ପଣ୍ଡା ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ଅଙ୍ଗନୱ୍ୱାଡି କର୍ମୀ, ଅଙ୍ଗନୱ୍ୱାଡି ସହାୟିକା ଓ ସ୍ୱଳ୍ପ ସଞ୍ଚୟ ଅଭିକର୍ତ୍ତାମାନେ ଯୋଗ ଦେଇଥିଲେ ।

ଗଞ୍ଜାମ ଭଞ୍ଜନଗରରୁ ଚିନ୍ମୟ କୁମାର ବେବର୍ତ୍ତା

Post a Comment

Previous Post Next Post