ଅଜଣା ଦୁର୍ବୃତ୍ତଙ୍କ ଆକ୍ରମଣରେ ଓକିଲ ଆହତ

(ଦକ୍ଷିଣ ଓଡିଶା ବ୍ୟୁରୋ ଚି଼ଫ ଶରତ ଚନ୍ଦ୍ର ନନ୍ଦ ଙ୍କ ରିପୋର୍ଟ 

ବ୍ରହ୍ମପୁର ମୋ ନିୟୁଜ ଓଡିଶା 
ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା ଅଞ୍ଚଳ ଅନ୍ତର୍ଗତ ମୋଟାବାଡି ରାସ୍ତାରେ ଅଜଣା ଦୁର୍ବୃତ୍ତଙ୍କ ଆକ୍ରମଣରେ ଓକିଲ ଆଶିଷ ରାଉତ ଗୁରୁତର ହୋଇ ବ୍ରହ୍ମପୁରକୁ ସ୍ଥାନାନ୍ତର ହୋଇଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ପୋଲିସ ଏହି ଘଟଣାର ତଦନ୍ତ କରୁଥିବା ଜଣାଯାଇଛି । ପ୍ରକାଶ ଯେ , ଆଜି ସକାଳେ ଆଶିଷ ତାଙ୍କ ସ୍ତ୍ରୀଙ୍କୁ ନାଗିରି ଅଙ୍ଗନଓ୍ବାଡି କେନ୍ଦ୍ରରେ ଛାଡି ମୋଟାବାଡିକୁ ଫେରୁଥିବା ବେଳେ ପୂର୍ବରୁ ଏକ ବାଇକରେ ଆସି ବାଟରେ ଛକିଥିବା ତିନି ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇ ଲୁହା ରଡରେ ଆକ୍ରମଣ କରିବା ସହ ମୋବାଇଲ୍, ପର୍ସ ଓ ବାଇକ୍ ଡିକିରେ ଥିବା ଦରକାରୀ କାଗଜପତ୍ର ଲୁଟି ବାଇକରେ ଦ୍ରୁତ ଗତିରେ ଚାଲି ଯାଇଥିଲେ । ଆହତ ଅବସ୍ଥାରେ ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ ବୁଗୁଡା ମେଡିକାଲକୁ ଅଣାଯାଇଥିଲା । ଆକ୍ରମଣରେ ତାଙ୍କର ବାମ ହାତ ଭାଙ୍ଗିଥିବା ସହ ଅଣ୍ଟାରେ ପ୍ରବଣ ଗଭୀର ଆଘାତ ଲାଗିଥିଲା । ଖବର ପାଇ ଆଶିଷଙ୍କ ଓକିଲ ବନ୍ଧୁମାନେ ଏବଂ ପୋଲିସ ମେଡିକାଲରେ ପହଞ୍ଚି ଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଥିଲା । ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିଲେ ସୁଦ୍ଧା ପୋଲିସ ଏହି ଚର୍ଚ୍ଚିତ ଘଟଣା ଉପରେ ନଜର ରଖିଥିବା ଜଣାଯାଇଛି।

Post a Comment

Previous Post Next Post