ଭଂଜନଗର ମୋ ନିୟୁଜ ଓଡିଶା , ଭଂଜନଗର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ମୁଜାଗଡ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଭଂଜନଗର ବ୍ଲକ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସକାଳ ୧୦ ଘଣ୍ଟା ସମୟ ରେ ଉଦଘାଟନୀ ଉତ୍ସବରେ ଭଂଜନଗର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ବିମଳ ଚନ୍ଦ୍ର ସ୍ୱାଇଁ ମୂଖ୍ୟ ଅତିଥି ରୂପେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ମଶାଲ ଗ୍ରହଣ କରିଥିଲେ ଓ ଖେଳ ପତାକା ଉତ୍ତୋଳନ କରିଥିଲେ। ମୁଜାଗଡ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତି ବୈଜୟନ୍ତିମାଳା ପ୍ରିୟଦର୍ଶିନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭଂଜନଗର ଖେଳ ସଂପାଦକ ଶ୍ରୀ ପ୍ରବୀଣ କୁମାର ଖାଡଙ୍ଗା, ସମ୍ମାନୀତ ଅତିଥି ରୂପେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପ୍ରାକ୍ତନ ପିଇଟି ଶ୍ରୀ ପି ଆନନ୍ଦ ରାଓ, ୟୁ ବି ହାଇସ୍କୁଲର ପ୍ରାକ୍ତନ ପିଇଟି ଶ୍ରୀ ମୋଚି ରାମ ରଣସିଂହ, ସୋରଡ଼ା ଶଶିଭୂଷଣ ହାଇସ୍କୁଲର ପ୍ରାକ୍ତନ ପିଇଟି ଶିକ୍ଷକ ଶ୍ରୀ ସୁବାସ ଚନ୍ଦ୍ର ଗୌଡ଼ ଓ କ୍ଷେତ୍ରିୟବରପୁର ହାଇସ୍କୁଲର ପ୍ରାକ୍ତନ ପିଇଟି ଶିକ୍ଷକ ଶ୍ରୀ ପ୍ରଶାନ୍ତ କୁମାର ଦାଶ ଉପସ୍ଥିତ ରହିଥିଲେ। ପ୍ରଧାନ ଶିକ୍ଷକ ଶ୍ରୀ ଉମାକାନ୍ତ ନାୟକ ପରିଚୟ ପ୍ରଦାନ କରିଥିବାବେଳେ ଶିକ୍ଷକ ହୃଷୀକେଶ ନାୟକ ସଂଯୋଜନା କରିଥିଲେ। ପରେ ଆନୁଷ୍ଠାନିକ ଭାବେ ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅପରାହ୍ନରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ଭଂଜନଗର ବରିଷ୍ଠ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ଏସ୍ ଧନଞ୍ଜୟ ମୁଖ୍ୟ ଅତିଥି ରୂପେ ଯୋଗଦେଇ ନିଜର ଅଭିଭାଷଣ ଦ୍ୱାରା ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିବା ସହ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ଓ ପୁଷ୍ପଗୁଛ ପ୍ରଦାନ କରି ସମ୍ମାନୀତ କରିଥିଲେ। ଏହି ଉଦଯାପନୀ ଉତ୍ସବରେ ମୁଜାଗଡ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତି ବୈଜୟନ୍ତିମାଳା ପ୍ରିୟଦର୍ଶିନୀ ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନୀତ ଅତିଥି ରୂପେ ଯୋଗଦେଇଥିଲେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ସୂର୍ଯ୍ୟ ନାଇକ, ଏବିଇଓ ଶ୍ରୀ ଗଜେନ୍ଦ୍ର କୁମାର ସେଠୀ, ଏବିଇଓ ଶ୍ରୀ ଚରଣ ବେହେରା, ପ୍ରଧାନ ଶିକ୍ଷକ ଶ୍ରୀ ଉମାକାନ୍ତ ନାୟକ, ଶ୍ରୀ ଆଦିତ୍ୟ ପ୍ରସାଦ ତ୍ରିପାଠୀ, ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଖେଳ ଶିକ୍ଷକ ଶ୍ରୀ ପ୍ରବୀଣ କୁମାର ଖାଡଙ୍ଗା। ସମସ୍ତ ଅତିଥି ଛାତ୍ରଛାତ୍ରୀ ମାନଙ୍କ ଜୀବନରେ ଖେଳର ଆବଶ୍ୟକତା ଏବଂ ଏହା କିପରି ଶିକ୍ଷାର୍ଥୀ ମାନଙ୍କ ଶାରିରୀକ, ମାନସିକ ଓ ବୌଦ୍ଧିକ ବିକାଶ ଦିଗରେ ସାହାଯ୍ୟ କରିଥାଏ ତାହା ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ଖେଳ ଶିକ୍ଷକ, ଶାରିରୀକ ଶିକ୍ଷକ, ସମସ୍ତ ସିଆରସିସି ଓ ମୁଜାଗଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଉପସ୍ଥିତ ରହି ସମସ୍ତ ପ୍ରକାରର ସାହାଯ୍ୟ ଓ ସହଯୋଗ କରିଥିଲେ।
ଗଞ୍ଜାମ ଭଞ୍ଜନଗରରୁ ଚିନ୍ମୟ କୁମାର ବେବର୍ତ୍ତା


