ମୋ ନିୟୁଜ ଓଡିଶା ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ପାଇକପଡା ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନ 2 ଘଣ୍ଟ ସମୟରେ ଚିଙ୍ଗୁଡ଼ିଖୋଲ ଆଞ୍ଚଳିକ ସାଧନ କେନ୍ଦ୍ରର ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ବେଗୁନିଆପଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ସାହୁ ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟଦେବ ଜେନା ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ସାମ୍ନାନୀତ ଅତିଥି ଭାବେ ଏହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୋଚିରାମ ସେଠି, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ କାନ୍ହୁ ଚରଣ ଗୌଡ଼, ହାଇ ସ୍କୁଲ ର ପ୍ରଧାନ ଶିକ୍ଷକ ନୃସିଂହ ଚରଣ ପଟ୍ଟନାୟକ ଯୋଗଦେଇ ସୁରଭି କାର୍ଯ୍ୟକ୍ରମର ଉଧେଶ୍ୟ, ଓ ଏହି କାର୍ଯ୍ୟକ୍ରମକୁ ଛାତ୍ରଛାତ୍ରୀ ମାନଙ୍କ ମନରେ ଆଗ୍ରହ ସୃଷ୍ଟି ପାଇଁ ବକ୍ତବ୍ୟ ରଖିଥିଲେ । କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ସି ଆର ସି ସି ହର ମୋହନ ଜେନା । ରବି ନାରାୟଣ ଶତପଥୀ, ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ,ବିକ୍ରମ କେଶରୀ ଜେନା,ରବୀନ୍ଦ୍ର କୁମାର ମହାରଣା, ତପନ କୁମାର ନାୟକଙ୍କ ସମେତ ଏହି କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Tags:
ଆଞ୍ଚଳିକ