କେ ବରିଡା ଗ୍ରାମରେ ଗୋଷ୍ଠୀ ସଂଘର୍ଷ, ୨ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତରିତ

 

ଗଞ୍ଜାମ ଜିଲ୍ଲା ମୋ ନିୟୁଜ ଓଡିଶା ବେଗୁନିଆପଡ଼ା ଥାନା ଅନ୍ତର୍ଗତ କେ ବରିଡ଼ାରେ ଅଭାବନୀୟ ଘଟଣା। ଗଣେଶ ପୂଜା ହିସାବ ପତ୍ରକୁ କେନ୍ଦ୍ର କରି ଦୁଇଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଏଥିରେ ୨ ଜଣ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି। ଗୁରୁତର ୨ ଜଣ ହେଲେ ନବ ପ୍ରଧାନ ଓ ହିନ ପ୍ରଧାନ। ନବକୁଂ ଛୁରୀ ଭୁଷା ଯାଇଥିବା ବେଳେ ହିନକଂ ଶରୀରର ବିଭିନ୍ନ ଅଙ୍ଗରେ ଛୁରୀ ଆଘାତ ହୋଇଛି। ସୋମବାର ରାତି ୯ ଘଣ୍ଟା ସମୟରେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି। ଉଭୟ ଗୁରୁତରଙ୍କୁ ପ୍ରଥମେ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା କରାଯାଇଛି। କୋଦଳା ଏନଏସି ଅଧ୍ଯକ୍ଷ ସୂର୍ଯ୍ୟ ନାରାୟଣ ନାୟକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଆହତ ମାନଙ୍କୁ ଭେଟିଛନ୍ତି। ପରେ ଉଭୟ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି। ସେପଟେ ବେଗୁନିଆପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିବା ସହ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

Post a Comment

Previous Post Next Post