ସୁଭଦ୍ରା ଯୋଜନା ସଚେତନତା ପଦଯାତ୍ରା

 


ଆର,ଉଦୟଗିରି  ମୋ ନିୟୁଜ ଓଡିଶା (ମନୋଜ କୁମାର ପାଢୀ  15/09/24 ରିଖ ରବିବାର ଦିବା 10 ଘ ସମୟରେ ମହେନ୍ଦ୍ରଗଡ଼ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗ୍ରାମପଞ୍ଚାୟତର ସମସ୍ତ ମହିଳା ମଣ୍ଡଳର ସଦସ୍ୟ,ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ସମାବେଶ ହୋଇ ସରପଞ୍ଚ ଶ୍ରୀମତୀ କୁମୁଦିନୀ ଗମାଙ୍ଗଙ୍କ ନେତୃତ୍ୱରେ ସରକାରଙ୍କ ସୁଭଦ୍ରା ଯୋଜନା ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି | ଏହି ପଦଯାତ୍ରାରେ ପ୍ରାୟ ଶତାଧିକ ମହିଳା ଅଂଶ ଗ୍ରହଣ କରି ସରକାରଙ୍କ ସୁଭଦ୍ରା ଯୋଜନା ସମ୍ପର୍କରେ ବିଭିନ୍ନ ସ୍ଲୋଗାନ ଦେଇ ମହେନ୍ଦ୍ରଗଡ଼ ଗ୍ରାମ ପରିକ୍ରମା କରିଥିଲେ | ସରକାରଙ୍କ ଏହି ସୁଭଦ୍ରା ଯୋଜନା ଜନସାଧାରଣଙ୍କ ନିକଟରେ ଯେଉଁଭଳି ପହଂଚିପାରିବ ଓ ଏହାର ସୁଫଳ ଲୋକମାନେ କିଭଳି ପାଇବେ ସେଥିପାଇଁ ଏହି ପଦଯାତ୍ରାର ମୂଳ ଉଦ୍ୟେଶ ବୋଲି ଗ୍ରାମ ପଞ୍ଚାୟତ ଅଧିକାରୀ ସୁରେନ୍ଦ୍ର ମଣ୍ଡଳ ପ୍ରକାଶ କରିଥିଲେ |

Post a Comment

Previous Post Next Post