ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ବାତ୍ୟାକୁ ସଫଳତାର ସହ ମୁକାବିଲା କରିବାକୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର । ବାତ୍ୟାର ଗତି ନେଇ ସମ୍ପୃକ୍ତ ସମସ୍ତ ବିଭାଗର ଅଧିକାରୀଙ୍କ ସହ ଆଲୋଚନା ଚାଲିଛି। ଏହି କ୍ରମରେ ସୋମବାର ପୂର୍ବାହ୍ନରେ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜିଠାରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସରକାରୀ ଅଧିକାରୀ ମାନଙ୍କ ଛୁଟି ବାତିଲ କରାଯାଇଛି। ଆସନ୍ତା ୨୩, ୨୪, ୨୫ ତାରିଖରେ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ସୂଚନା ମିଳିଛି। ଏଣୁ ସରକାରୀ ଅଧିକାରୀ ମାନେ ହେଡ୍ କ୍ୱାଟର ନ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା।
ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତିର ସମୀକ୍ଷା କରାଯାଇଛି । କୌଣସି ପ୍ରକାର ପରିସ୍ଥିତିର ମୁକାବିଲା ଲାଗି ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ଗଞ୍ଜାମ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାବାସୀ ବିଚଳିତ କିମ୍ବା ଆତଙ୍କିତ ହେବାର ଆବଶ୍ୟକତା ନାହିଁ । ସରକାର ସମସ୍ତ ପ୍ରକାର ପରିସ୍ଥିତିର ସମ୍ମୁଖୀନ ହେବାକୁ ପ୍ରସ୍ତୁତ ଅଛନ୍ତି । ଜିଲ୍ଲା ପ୍ରଶାସନ ମଧ୍ୟ ସଜାଗ ଅଛି । ବର୍ଷା କିମ୍ବା ତଦଜନିତ ସାମ୍ନା କରିବା ଲାଗି ପ୍ରସ୍ତୁତ ହେଉଛି ଜିଲ୍ଲା ପ୍ରଶାସନ । ଏସଆରସିଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


