ଗଜପତି ଜିଲ୍ଲାସ୍ତରୀୟ ‘ସୁରଭି’ ଅନୁଷ୍ଠିତ

 


ଗଜପତି-ମୋ ନିୟୁଜ ଓଡିଶା (ମନୋଜ ପାଢୀ):ଗଜପତି ଜିଲ୍ଲା ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ମହାରାଜାଙ୍କ ବାଳକ ଉଚ୍ଚବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ଏଥିରେ ଗଜପତି ଜିଲ୍ଲା ପରିଷଦ ସଭାପତି ଜି.ତିରୁପତି ରାଓ ମୁଖ୍ୟଅତିଥି  ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ତିନୋଟି ବର୍ଗରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୩୨୦ଜଣ ପ୍ରତିଯୋଗୀ ୧୬ଟି ବିଭାଗରେ ଅଂଶଗ୍ରହଣ କରିଥିଲେ। ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ପ୍ରତିଯୋଗୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ନିମନ୍ତେ ମନୋନୀତ ହୋଇଥିଲେ | ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷାଧିକାରୀ ଡ.ମାୟାଧର ସାହୁ, ପାରଳାଖେମୁଣ୍ଡି ପୌରାଧ୍ୟକ୍ଷା ନିର୍ମଳା ସେଠୀ, ମହାରାଜାଙ୍କ ବାଳକ ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ମୋନାଲିସା ଦାସ ପ୍ରମୁଖ ମଞ୍ଚାସୀନ ଥିଲେ।

Post a Comment

Previous Post Next Post