ମହେନ୍ଦ୍ର ତନୟା ମହୋତ୍ସବ 2024 ଉଦଘାଟିତ ।

ଗଜପତି ମୋ ନିୟୁଜ ଓଡିଶା (ମନୋଜ ପାଢୀ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକର ମିଶନଶକ୍ତି କାଫେ ସମ୍ମୁଖରେ ମହେନ୍ଦ୍ରତନୟା ମହୋତ୍ସବ 2024 ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗୋଶାଣୀ ବ୍ଳକ ଅଧ୍ୟକ୍ଷ ଏନ ବୀରରାଜୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଗୋଶାଣୀ ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ଏସ ଅନୁସୂୟା ଦେବୀ, ଗୋଶାଣୀ ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌର ଚନ୍ଦ୍ର ପଟ୍ଟନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ସସ୍ମିତା କୁମାରୀ ଜେନା, ଏକାଉଟାଣ୍ଟ ଗଜେନ୍ଦ୍ର ବେହେରା ପ୍ରମୁଖ ମଞ୍ଚାସିନ ଥିଲେ । ମୁଖ୍ୟ ଅତିଥି ବ୍ଳକ ଅଧ୍ୟକ୍ଷ ଏନ ବୀର ରାଜୁ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଗୁରୁ ରଘୁନାଥ ପାତ୍ରଙ୍କ ନିର୍ଦ୍ଦେଶନାରେ ଭକ୍ତି ସଂସଦ ପକ୍ଷରୁ ସ୍ୱାଗତ ସଙ୍ଗୀତ ଗାନ କରାଯାଇଛି । ସି ଆର ସି ରଶ୍ମିତା ସାମଲ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛି ଅଞ୍ଚଳର ଲୋକକଳା ଓ ନୃତ୍ୟ, ସଙ୍ଗୀତ ପ୍ରଭୃତି ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା । ତେଣୁ ବିଭିନ୍ନ ଅନୁଷ୍ଠାନରୁ ଆସିଥିବା କଳାକାର ମାନେ ନିଜର କଳା ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ତହସିଲଦାର ନାରାୟଣ ବେହେରା, ସରପଞ୍ଚ,ସମିତି ସଭ୍ୟଙ୍କ ସମେତ ବ୍ଳକର କର୍ମଚାରି ମାନେ ଉପସ୍ଥିତ ରହି କାର୍ଯ୍ଯକ୍ରମକୁ ସଫଳ ରୂପାୟନ କରିଥିଲେ।

Post a Comment

Previous Post Next Post