ମାଲକାନଗିରିଠାରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ।

 


ମାଲକାନଗିରିରୁ ସତ୍ୟ ନାରାୟଣ ଦାଶଙ୍କ ରିପୋର୍ଟ ମୋ ନ୍ୟୁଜ ଓଡିଶା)

ମାଲକାନଗିରି, ୨୨/୧୨ ମାଲକାନଗିରି ସତୀଗୁଡା ଜଳସେଚନ ବିଭାଗ କାର୍ଯ୍ୟାଳୟ ପରିସରରେ ଚିତ୍ରକୋଣ୍ଡା ମଟିବନ୍ଧ ବିଭାଜନ ପକ୍ଷରୁ ଆଜି ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ଚିତ୍ରକୋଣ୍ଡା ମାଟିବନ୍ଧ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ରମାକାନ୍ତ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ, ପୋଟେରୁ ଜଳସେଚନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ପୀତବାସ ସେଠୀ, ମାଲକାନଗିରି ବ୍ଲକ ଉପାଧ୍ୟକ୍ଷ ନିରଞ୍ଜନ ହାଲଦାର, ମାଲକାନଗିରି ବ୍ଲକ ବିଧାୟକ ପ୍ରତିନିଧି ସତ୍ୟଶ୍ୱରଣ ପାଲ, ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ଗୋବିନ୍ଦ ପାତ୍ର, ଉଦ୍ୟାନ ଉପ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ପାତ୍ର, ବ୍ଲକ କୃଷି ଅଧିକାରୀ ଫିରୋଜ ବିଡିକା, ସତୀଗୁଡା ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଲଳିତ ମୋହନ ବେହେରା  

ଯୋଗ ଦେଇ ଜଳର ସୁବିନିଯୋଗ, ପାଣି ପଞ୍ଚାୟତର ଉଦ୍ଦେଶ୍ୟ, ଆଭିମୁଖ୍ୟ ଓ  ଏହାକୁ ସୁଦୃଢ କରିବା ପାଇଁ କୃଷକ ମାନଙ୍କ ଭୂମିକା ବିଷୟରେ ଅବଗତ କରାଇଥିଲେ।  ପାଣି ପଞ୍ଚାୟତ ପକ୍ଷ ପାଳନର ବିଶେଷତ୍ଵ ଓ ଗୁରୁତ୍ୱ ବିଷୟରେ ଆଲୋକପାତ କରିବା ସହ ଜଳବାୟୁ ପରିବର୍ତ୍ତନ ଅନୁସାରେ ଚାଷ କରିବା ଉପରେ ଗୁରୁତ୍ୱାରୋପ କରି ସରକାରଙ୍କ ବିଭିନ୍ନ ଯୋଜନାର ଲାଭ ନେବାକୁ ପରାମର୍ଶ ଦେଇଥିଲେ । ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ହୋଇଥିବା ପ୍ରଦର୍ଶନୀ, ବକୃତା, ଚିତ୍ରାଙ୍କନ, ପ୍ରବନ୍ଧ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୨ହଜାର ଟଙ୍କା, ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧୫ ଶହ ଟଙ୍କା ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୧ ହଜାର ଟଙ୍କା ସହ ମାନପତ୍ର ପ୍ରଦାନ କରିଥିଲେ ।  ଏଥିପୂର୍ବରୁ ସକାଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ସଚେତନତା ରଥକୁ ଶୁଭାରମ୍ଭ କରିଥିଲେ ।

Post a Comment

Previous Post Next Post