ଆର୍ଯ୍ୟଭଟ୍ଟ ପକ୍ଷରୁ କବିତା ସଂକଳନ ' ଅନ୍ତଃସ୍ଵରର ଉନ୍ମୋଚନ

(ଦକ୍ଷିଣ ଓଡିଶା ବ୍ୟୁରୋ ଚିଫ ଶରତ ଚନ୍ଦ୍ର ନନ୍ଦ ଙ୍କ ରିପୋର୍ଟ 

ବ୍ରହ୍ମପୁର :ମୋ ନିୟୁଜ ଓଡିଶା ଆର୍ଯ୍ୟଭଟ୍ଟ ପକ୍ଷରୁ ଶନିବାର ସନ୍ଧ୍ୟାରେ କବିତା ସଂକଳନ ' ଅନ୍ତଃସ୍ଵର' ଆର୍ଯ୍ୟଭଟ୍ଟ, ବ୍ରହ୍ମପୁର ପରିସରରେ କବି ସାହିତ୍ୟିକ ଓ ପରିବେଶ ପ୍ରେମୀଙ୍କ ଏକ ଭବ୍ୟ ସମାବେଶ ରେ ଉନ୍ମୋଚିତ ହୋଇଯାଇଅଛି ।  ପରିବେଶବିତ ସୁଧୀର ରାଉତଙ୍କ ଲିଖିତ ଏହି କବିତା ସଙ୍କଳନ ' ଅନ୍ତଃସ୍ଵର' ର ଉନ୍ମୋଚନ ସମାରୋହରେ ବିଶିଷ୍ଟ ରାଜନୀତି ବିଶାରଦ ତଥା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ପ୍ରାକ୍ତନ ପ୍ରଧ୍ୟାପକ ପ୍ରଫେସର ବିଷ୍ଣୁ ଚରଣ ଚୌଧୁରୀ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଜଳବାୟୁ ପରିବର୍ତ୍ତନ ର ଭୟାବହ ପରିଣତି ବିଷୟରେ ଆଲୋଚନା କରି ଗାନ୍ଧୀବାଦ ରେ ଏହାର ଏହାର ସମାଧାନର ସୂତ୍ର ବିଷୟରେ ଆଲୋଚନା କରିବା ସହ ସୁଧୀର ରାଉତଙ୍କ ସମାଜ ପ୍ରତି ସଂବେଦନଶୀଳତା ଓ ପରିବେଶ ସୁରକ୍ଷା ଦିଗରେ ତାଙ୍କ ଅବଦାନ ବିଷୟରେ ଆଲୋଚନା କରିଥିଲେ। 'ଅନ୍ତଃସ୍ଵର' ସମାଜକୁ ସୁଧାରିବା ଓ ପରିବେଶ ସୁରକ୍ଷାର ବାର୍ତ୍ତାବହ ହେବ ବୋଲି ଆଶା ପୋଷଣ କରିଥିଲେ । ବରିଷ୍ଠ ସାମ୍ବାଦିକ ସୁନୀଲ ମୋହନ ପଟ୍ଟନାୟକ କବିତା ଗୁଡିକର ସମୀକ୍ଷା କରି ପ୍ରତି କବିତାରେ ସମାଜ ପ୍ରତି ରହିଥିବା ମାର୍ମୀକ ନିବେଦନ ଓ ଏକ ଆଶାବାଦୀର ସ୍ଵପ୍ନ ବିଷୟରେ ଆଲୋଚନା କରି କବିତା ଗୁଡିକ ନିଶ୍ଚିତ ଭାବେ ଆଦୃତ ହେବ ବୋଲି ଆଶା ପୋଷିଥିଲେ।ବରିଷ୍ଠ ସାହିତିକା  ସୌଦାମିନୀ ମିଶ୍ର  ସମ୍ମାନୀତା ଅତିଥିଭାବେ ଯୋଗଦେଇ କବିତାର ସାହିତ୍ୟିକ ଓ ପରିବେଶୀୟ ଦିଗ ବିଷୟରେ ଆଲୋଚନା କରି କବିତା ଗୁଡିକରେ ବିଶିଷ୍ଟ କବି ମାନଙ୍କର ଭାବନାର ସ୍ପର୍ଶ ରହି ସମାଜ ପାଇଁ ଏକ ବଳିଷ୍ଠ ବାର୍ତ୍ତା ବହନ କରିଥିବା ମତ ବ୍ୟକ୍ତ କରିଥିଲେ।ପ୍ର୍ ସଭାରେ କ୍ଷୀରସିନ୍ଧୁ ମହାନ୍ତି ସ୍ଵାଗତ ସମ୍ଭାଷଣ ଦେଇଥିଲେ ଓ ଆର୍ଯ୍ୟଭଟ୍ଟ ଫାଉଣ୍ଡେସନର ବରିଷ୍ଠ ସଦସ୍ୟ ଓ ଶିକ୍ଷାବିତ ଶ୍ୟାମସୁନ୍ଦର ଖାଡଙ୍ଗା ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ବରିଷ୍ଠ ସାମ୍ବାଦିକ ହୃଷିକେଷ ମହାନ୍ତି, ବିଘ୍ନେଶ୍ୱର ସାହୁ ଙ୍କ ସମେତ ଗଣମାଧ୍ୟମର ଅନେକ କର୍ମକର୍ତ୍ତା , ଇ. ତେଜେଶ୍ଵର ରାଓ,ସବିତା ସାହୁକାର, କାହ୍ନୁଚରଣ ବିହାରୀଙ୍କ ସମେତ ବହୁ  କବି ସାହିତ୍ୟିକ ଓ ପରିବେଶ ପ୍ରେମୀ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ସୁଶାନ୍ତ ମହାନ୍ତି, ଭୀମରାଜୁ ପାତ୍ର ଓ ମାଧବ ନାୟକ ପରିଚାଳନା କରିଥିଲେ ।

Post a Comment

Previous Post Next Post