ଵି. ନୂଆଗାଁ ସ୍ଥିତ ବଲ୍ଲଭ ନାୟକ ଉଚ୍ଚ ବିଦ୍ୟାଳୟରେ ରୌପ୍ୟ ଜୟନ୍ତୀ ଓ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ଅନୁଷ୍ଠିତ

ମୋ ନିୟୁଜ ଓଡିଶା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ବୁରୁଝରୀ ପଂଚାୟତର ଵି. ନୂଆଗାଁ ସ୍ଥିତ ବଲ୍ଲଭ ନାୟକ ଉଚ୍ଚ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ଶହ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ଗୁରୁବାର ଦିନ ଅନୁଷ୍ଠିତ  ହୋଇଯାଇଛି । ନେତାଜୀଙ୍କ ଜନ୍ମ ଜୟନ୍ତୀ ଶହ ଏହି ସମାରୋହ ବେଶ ଧୁମଧାମ ରେ ପାଳନ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର  ବିଧାୟକ ଶ୍ରୀ ପ୍ରତାପ ନାୟକ ଯୋଗଦେଇ ଦ୍ବୀପ ପ୍ରଜ୍ଜଳନ କରି ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ | ଏହା ସହ ବିଦ୍ୟାଳୟ ପରିସରରେ ଥିବା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଅହିଂସା ଆନ୍ଦୋଳନର ମୁକସାକ୍ଷୀ ସ୍ବର୍ଗତ ବଲ୍ଲଭ ନାୟକଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ | ଏହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ତ୍ରିନାଥ ନାହାକଙ୍କ ସଂଯୋଜନାରେ ଆୟୋଜିତ  କାର୍ଯ୍ୟକ୍ରମରେ ଅନ୍ୟତମ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ପ୍ରଶାସିକା ତଥା ଲେଖିକା ବିଦୁପ୍ରଭା ରଥ, ବେଗୁନିଆପଡା ବ୍ଲକ ଶିକ୍ଷାଧିକାରୀ ରୁଦ୍ର ନାରାୟଣ ସାହୁ, ଦକ୍ଷିଣ ଓଡିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ର,ବିଦ୍ୟାଳୟର ପୂର୍ବତନ ସମ୍ପାଦକ ଅରୂପା ନନ୍ଦ ପଟ୍ଟନାୟକ, ବିଶିଷ୍ଟ ସମାଜସେବୀ ଚିତ୍ରସେନ ପରିଡା, ଦଣ୍ଡପାଣି ସାମନ୍ତରାୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିପ୍ର ଚରଣ ସାହୁ ଯୋଗଦେଇ ବିଦ୍ୟାଳୟ କୁ ଭୁରି ଭୁରି ପ୍ରଶଂସା କରିବା, ସ୍ବର୍ଗତ ବଲ୍ଲଭ ନାୟକ ଙ୍କ ସ୍ମୃତି ଚରଣ କରିବା ଶହ ଶିକ୍ଷାର ଉପାଦେୟତା ଓ ଚରିତ୍ର ଗଠନ ଉପରେ ମତବ୍ୟକ୍ତ କରିଥିଲେ । ବିଭିନ୍ନ ଖେଳ କୁଦ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ବିଦ୍ୟାଳୟର କୁନି କୁନି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ ଅତିଥି । ଏହା ସହ ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶିକ୍ଷକ ମାନଙ୍କ ସମେତ ବେଗୁନିଆପଡା ବ୍ଲକରେ କାର୍ଯ୍ୟରତ ସବୁ ବର୍ଗର ସାମ୍ବାଦିକ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ ।

Post a Comment

Previous Post Next Post