ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ।

ମାଲକାନଗିରି ମୋ ନିୟୁଜ ଓଡିଶା ତା ୦୯/୦୧ ମୋ ନ୍ୟୁଜ ଓଡିଶା (ସତ୍ୟ ନାରାୟଣ ଦାଶ) ଆଜି ମାଲକାନଗିରି ଡ଼ିଆରଡ଼ିଏ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଅଧକ୍ଷତାରେ  ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ଡିଏନକେ ଖେଳ ପଡିଆ ପରିସରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ। ଏଥର ଏହାକୁ କିପରି ଅଧିକ ଭଲ କରିହେବ, ବିଶେଷକରି  ପ୍ୟାରେଡ୍ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିକୁ ଆକର୍ଷଣୀୟ କରିବା ଉପରେ ଗୁରୁତ୍ବ ଦିଆଯାଇଛି। ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏହି ଦିବସ ପାଳନ ନେଇ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ପୌରୋହିତ୍ୟ କରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଏହା କହିଛନ୍ତି। ବୈଠକ ନିଷ୍ପତ୍ତି ଅନୁଯାୟୀ, ଜାନୁଆରୀ ୨୨, ୨୩ରେ ପ୍ରତ୍ୟେହ ଅପରାହ୍ନ ୩ ଟା ଏବଂ ୨୪ ତାରିଖ ସକାଳ ୭ ଟା ୩୦ରେ ଡିଏନକେ ଖେଳ ପଡିଆ ପରିସରରେ ଅଭ୍ୟାସ ପ୍ୟାରେଡ୍ ଅନୁଷ୍ଠିତ ହେବ। ପ୍ୟାରେଡରେ ସପ୍ତମ ରୁ ଦଶମ ଓ କଲେଜ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିବେ। ଏହାବାଦ୍ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକ୍ତୃତା, ପ୍ରବନ୍ଧ ଦେଶାତ୍ମବୋଧକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗୀତା ଆୟୋଜନ କରାଯିବ। ଜାନୁଆରୀ ୨୬ ପ୍ରାତଃ ୪ ଟା ୩୦ ରେ ରାମଧୁନ, ସକାଳ ୭ ଟା ୩୦ ରେ ବିଭିନ୍ନ ଅନୁଷ୍ଠାନ ଗୁଡ଼ିକ ଦ୍ବାରା ଜାତୀୟ ପତାକା ଉତ୍ତୋଳନ ଏବଂ ସକାଳ ୯ ଟାରେ ଜିଲ୍ଲାସ୍ତରୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗ ଦ୍ଵାରା ପ୍ରଜ୍ଞାପନ ମେଢ ପ୍ୟାରେଡ୍ ସମୟରେ ପ୍ରଦର୍ଶିତ ହେବ। ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର,  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ପ୍ରମୁଖ ଏଥିରେ ଅଂଶ ଗ୍ରହଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ସମସ୍ତଙ୍କୁ ସ୍ୱାଗତ କରିବା ସହ ପୂର୍ବ ବର୍ଷର ବିବରଣୀ ପାଠ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟ ଉପସ୍ଥିତ ଥିଲେ।

Post a Comment

Previous Post Next Post