ଆର,ଉଦୟଗିରି-ମୋ ନ୍ୟୁଜ ଓଡିଶା,୫/୦୨ନୁଆଗଡ ବ୍ଲକର ଖଜୁରିପଦା ବାବା ସାହେବ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖେଳ ପଡିଆରେ ନୁଆଗଡ ବ୍ଲକ ପ୍ରଶାସନ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉକ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲା ବେଳେ ଏଲଇଡି ମାଧ୍ୟମରେ ଏହାର ସିଧା ପ୍ରସାରଣ କରାଯାଇଥିଲା। ଓଡିଶା ସରକାରଙ୍କ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢୀକରଣ , କ୍ଷୁଦ୍ର ପର୍ଯ୍ଯଟନସ୍ଥଳୀର ବିକାଶ ଓ ଉନ୍ନତିକରଣ, ଶିକ୍ଷା ଓ କ୍ରୀଡା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକୀକରଣ , ନୂତନ ଅଭିନବ ଜନମଙ୍ଗଳକାରୀ ବହୁମୂଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟାନ୍ବୟନ ଏବଂ ବିଶେଷ ଭାବରେ ଅନୁନ୍ନତ ଜନଜାତି ସମୁଦାୟ ବସବାସ କରୁଥିବା ଅଞ୍ଚଳରେ ଆଭ୍ୟନ୍ତରୀଣ ଓ ଆନ୍ତଃ ଗ୍ରାମ୍ଯ ସଡକ ସଂଯୋଗୀକରଣ ଆଦି ବିଷୟରେ ଆଲୋକପାତ କରାଯାଇଥିଲା। ଏଥି ସହ ପାଞ୍ଚ ହଜାର କୋଟି ଟଙ୍କାର ବ୍ୟୟବରାଦରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଯୋଜନା କାର୍ଯ୍ୟକାରୀ ହେବା ନେଇ ସୂଚନା ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ବିଡ଼ିଓ ବିଡିଓ ଲୋକନାଥ ଶବର, ବ୍ଳକ ଅଧ୍ୟକ୍ଷା ମାଳତୀ ପ୍ରଧାନ, ଉପାଧ୍ୟକ୍ଷ ନିମୀୟା ରଇତ, ସମ୍ପ୍ରସାରଣ ଅଧିକାରୀ ନୃସିଂହ ଚରଣ ମିଶ୍ର ପରିଚାଳନା କରିଥିବା ବେଳେ ଅଞ୍ଚଳର ଅନେକ ଜନପ୍ରତିନିଧି ଏବଂ ମହିଳା ଉପସ୍ଥିତ ରହିଥିଲେ।