ଓଡ଼ିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର


(ମୋ ନ୍ୟୁୁଜ ଓଡ଼ିଶା)

ବୁଗୁଡ଼ା,୧୬/୦୪(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ଯୁବ ରେଡ଼କ୍ରସ ତରଫରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଆଞ୍ଚଳିକ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ଗୋପୀନାଥ ମହାନ୍ତି ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ସରୋଜକାନ୍ତ ଦାଶଙ୍କ ଉଦ୍ୟମରେ ଯୁବ ରେଡ଼କ୍ରସ ଶାଖା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉଭୟ ଅନୁଷ୍ଠାନର ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସହଯୋଗ କରିଥିଲେ l ସ୍ଥାନୀୟ ସମାଜସେବୀ ମହେନ୍ଦ୍ର ପଣ୍ଡା କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବାବେଳେ ଯୁବ ରେଡ଼କ୍ରସ ଶାଖା ସଂଯୋଜକ ଅଧ୍ୟାପିକା ମୀନତି ଆଚରୀ,ପ୍ରମୁଖ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ରକ୍ତ ଦାନ ଭଳି ପୁଣ୍ୟ କାର୍ଯ୍ୟକ୍ରମର ଗୁରୁତ୍ୱ ସମ୍ପର୍କରେ ଅଭିଭାଷଣ ରଖିଥିଲେ l ଉକ୍ତ ଶିବିରରେ ୩୦ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ବେଳେ ଭଞ୍ଜନଗର ରକ୍ତ ଭଣ୍ଡାର, ବାଲିପଦର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ ଓ ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ l

Post a Comment

Previous Post Next Post