ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି


(ଦକ୍ଷିଣ ଓଡିଶା ବ୍ୟୁରୋ ଚିଫ ଶରତ ଚନ୍ଦ୍ର ନନ୍ଦ ଙ୍କ ରିପୋର୍ଟ)

ବ୍ରହ୍ମପୁର : ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା ଓ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ଶର୍ବଣ ବିବେକ ଏମ୍ ଙ୍କ ଦ୍ଵାରା ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି l ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିକ୍ରେ ଓ ବ୍ରହ୍ମପୁର ଉପଜିଲ୍ଲାପାଳ ଦୀନା ଦସ୍ତଗୀର ମଧ୍ୟ ଉପସ୍ଥିତ ଥିଲେ l 

   ଆଜିର ଅଭିଯୋଗ ଶୁଣାଣି ରେ ସମୁଦାୟ ୧୧୧ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା l ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୯୨ଟି , ଗ୍ରାମ ଭିତ୍ତିକ ସମସ୍ୟା ୬ଟି ରହିଥିବାବେଳେ ୧୧ଟି ଅଭିଯୋଗ ତୁରନ୍ତ ସମାଧାନ କରାଯାଇଥିଲା l ରେଡକ୍ରସ ତରଫରୁ ଦୁଇ ଜଣଙ୍କୁ ୧୦୦୦୦ ଓ ୩୦୦୦ ଟଙ୍କା ସହାୟତା ରାଶି ଚେକ୍ ଦ୍ଵାରା ପ୍ରଦାନ କରାଯାଇଥିଲା l ଜିଲ୍ଲାପାଳ ଅଭିଯୋଗ ଗୁଡ଼ିକୁ ତୁରନ୍ତ ସମାଧାନ କରିବା ପାଇଁ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଅଭିଯୋଗ ଶୁଣାଣି ରେ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହାସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହିଥିଲେ l

Post a Comment

Previous Post Next Post