ପବିତ୍ର ରାକ୍ଷୀ ପୂର୍ଣିମା ଅବସରରେ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

    


(ଦକ୍ଷିଣ ଓଡିଶା ବ୍ୟୁରୋ ଚିଫ ଶରତ ଚନ୍ଦ୍ର ନନ୍ଦ ଙ୍କ ରିପୋର୍ଟ)

ବ୍ରହପୁର :  ଗଜପତି ଜିଲ୍ଲା ସଦର ମହକୁମା । ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ପବିତ୍ର ରାକ୍ଷୀ ପୂର୍ଣିମା ଅବସରରେ ସୁଭଦ୍ରା ର ତୃତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୂପେଶ କୁମର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ  କେ: ନାଗାରାଜୁ , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ,  ମୁନିନ୍ଦ୍ର ହନେଗା , ଅତିରିକ୍ତ ଜିଲ୍ଲାପାଳ ଗଜପତି , ଶଙ୍କର କେରକେଟା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ,  ନିର୍ମଳା ସେଠୀ , ଅଧ୍ୟକ୍ଷ, ପୌରପରିଷଦ ପାରଳାଖେମୁଣ୍ଡି , ଶ୍ରୀମତୀ ମନୋରମା ଦେବୀ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗଜପତି ଓ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ।

ଏହି କାର୍ଯ୍ୟକ୍ରମରେ ପବିତ୍ର ରାକ୍ଷୀ ପୂର୍ଣିମା ଅବସରରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଜିଳ୍ଲାର ଯୋଗ୍ୟା ହିତାଧିକାରୀଙ୍କୁ ଡିବିଟି: ମାଧ୍ଯମରେ ଜିଲ୍ଲାରୁ ୧ ଲକ୍ଷ ୪୩ ହଜାରରୁ ଉର୍ଦ୍ଧ ମହିଳାଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀ ମାନେ ସୁଭଦ୍ରା ବିଷୟରେ ଅନ୍ୟମାନଙ୍କୁ ସଚେତନତା ସୃଷ୍ଟି କରିବା ଓ ନିଜର ଆର୍ଥିକ ସମସ୍ୟାକୁ ସୁଦୃଢ କରି ସଫଳତାର କାର୍ଯ୍ୟ କରିବା ପାଇଁ ଜିଲ୍ଲାପାଳ ସମସ୍ତ ମହିଳା ମାନଙ୍କୁ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ। ସେହିପରି ମହିଳାମାନଙ୍କ ଅର୍ଥନୈତିକ , ସାମାଜିକ କ୍ଷେତ୍ରରେ ସାମିଲ କରି ଉଚିତ ସମ୍ମାନ ଦେବା ଦେବା ପାଇଁ ମାନ୍ୟବର ବିଧାୟକ ଅଭିଭାଷଣ ପ୍ରଦାନ କରିଥିଲେ ।

ଏହି ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାରର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଅଥିତିମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରା ଯାଇଥିଲା। ଏହିu କାର୍ଯ୍ୟକ୍ରମରେ ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ , ନିର୍ବାହୀ ଅଧିକାରୀ ପୌରପରିଷଦ , ପାରଳାଖେମୁଣ୍ଡି , ଶ୍ରୀ ସୁଶାନ୍ତ ରଞ୍ଜନ ଦାସ , ଉପନିର୍ଦ୍ଦେଶକ ଉଦ୍ୟାନ ବିଭାଗ ଗଜପତି , ଜିଲ୍ଲା ପ୍ରକଳ୍ପ ପରିଚାଳକ , ଓଡ଼ିଶା ଜୀବିକା ମିଶନ ତଥା ମିଶନ ଶକ୍ତି ଶ୍ରୀ ଟିମନ ବାରା , ଜିଲ୍ଲା ଶିକ୍ଷଧିକାରୀ ଡ଼.ମାୟାଧର ସାହୁ , ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା , ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟର କର୍ମଚାରୀ ଶ୍ରୀମତୀ ସାରଳା ପାତ୍ର ଓ ଶ୍ରୀ ମନୋଜ କୁମାର ପଣ୍ଡା ସମେତ ଅନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ ବହୁ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

ପରେ ପରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପରିସମାପ୍ତି ପରେ ରାଜ୍ଯସ୍ତରୀୟ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହୋଇଥିଲା ।

Post a Comment

Previous Post Next Post