ବ୍ଲକ ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଉଦଘାଟିତ


(ମୋ ନ୍ୟୁଜ ଓଡ଼ିଶା)

ବୁଗୁଡ଼ା,୧୭/୧୧(ସୋରେନ କୁମାର  ପ୍ରଧାନ ):ବ୍ଲକ ପ୍ରଶାସନ ପକ୍ଷରୁ ଆୟୋଜିତ ସାଂସଦ ଖେଳ ମହୋତ୍ସବ ଉଦଘାଟିତ ହୋଇଯାଇଛି l ସ୍ଥାନୀୟ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମରେ ଆୟୋଜିତ ଉକ୍ତ ବ୍ଲକ ସ୍ତରୀୟ ମହୋତ୍ସବ କାର୍ଯ୍ୟକ୍ରମକୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉଦଘାଟନ କରିବା ସହ କ୍ରୀଡ଼ା ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ l ବିଡ଼ିଓ ଦୁତିକୃଷ୍ଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ  କେ.ନୀଳ ମାଧବ ଆଚାରୀ , ବ୍ଲକ ଉପାଧକ୍ଷ ମାନସ ରଞ୍ଜନ ପ୍ରଧାନ, କୃଷ୍ଣ ଚନ୍ଦ୍ର ମହାପାତ୍ର, କେଦାର ନାଥ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ l କ୍ରୀଡା ଉତ୍ସବର ପ୍ରଥମ ଦିନରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀମାନଙ୍କ ମଧ୍ୟରେ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କ୍ରୀଡା ଉତ୍ସବ ଅବସରରେ କ୍ରିକେଟ, କବାଡି, ଭଲିବଲ, ଦୌଡ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବା ନେଇ ବିଡ଼ିଓ ସୂଚନା ଦେଇଥିଲେ l ଏହି କାର୍ଯ୍ୟକ୍ରମ ପରିଚାଳନାରେ ବ୍ଲକ କର୍ମଚାରୀମାନେ ସହଯୋଗ କରିଥିବା ବେଳେ ପରିଶେଷରେ ଏବିଡ଼ିଓ ଧର୍ମରାଜ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ l

Post a Comment

Previous Post Next Post